ସର୍ଦ୍ଦାର ପଟେଲଙ୍କ ଜୟନ୍ତୀରେ ‘ରନ୍ ଫର୍ ୟୁନିଟି’, ଏକତା ଦିବସ ପାଳିଲା ଅନୁଗୋଳ ପୋଲିସ

ପୋଲିସ, ବନ ବିଭାଗ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସାମୂହିକ ଗଣଦୌଡ଼, ନିଶାମୁକ୍ତ ଭାରତ ପାଇଁ ସଚେତନତା

ଅନୁଗୋଳ, ୩୧/୧୦: ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଶନିବାର ଅନୁଗୋଳରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଛି। ଏହି ଅବସରରେ ଅନୁଗୋଳ ପୋଲିସ ପକ୍ଷରୁ ‘ରନ୍ ଫର୍ ୟୁନିଟି’ ଆୟୋଜିତ ହୋଇଥିଲା। ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ ସିଂହ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗଣଦୌଡ଼ର ଶୁଭାରମ୍ଭ କରିଥିଲେ।ଏଥିରେ ପୋଲିସ ଓ ବନ ବିଭାଗ କର୍ମଚାରୀଙ୍କ ସମେତ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ଏହା ସହ ନିଶାମୁକ୍ତ ଭାରତ ଗଠନ ପାଇଁ ପୋଲିସ ପକ୍ଷରୁ ସଚେତନତା ବାର୍ତ୍ତା ଦିଆଯାଇଥିଲା। ଜିଲ୍ଲାର ବିଭିନ୍ନ ଥାନାରେ ମଧ୍ୟ ସମାଜର ବିଭିନ୍ନ ବର୍ଗର ଲୋକଙ୍କୁ ନେଇ ଏକତା ଦିବସ ପାଳନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।ସେହିପରି ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଗଣଦୌଡ଼ ଓ ସ୍ମୃତିଚାରଣ କାର୍ଯ୍ୟକ୍ରମ ହୋଇଥିଲା। ଦେଶର ଏକତା ଓ ଅଖଣ୍ଡତା ରକ୍ଷା ଦିଗରେ ସର୍ଦ୍ଦାର ପଟେଲଙ୍କ ଅବଦାନକୁ ସ୍ମରଣ କରିବା ସହ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *

Apply Now



This will close in 0 seconds

error: Content is protected !!