ଗଛରୁ ଡ଼ାଳ ହାଣୁଥିଲେ, ଅସାବଧାନତା ଯୋଗୁ ଖସି ପଡ଼ି ଚାଲିଗଲା…

ଦିଗପହଣ୍ଡି (୧୫.୦୪.୨୬) :ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ବୁଧବାର ସକାଳେ ଗଛରୁ ଖସି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି।ମୃତକ ଜଣକ ହେଲେ ଗ୍ରାମର ଗଣେଶ ସାହୁ(୬୩)। ଗଣେଶ ଘର ନିକଟରେ ଥିବା ଗଛରୁ ଡ଼ାଳ ହାଣୁୁଥିବା ବେଳେ ଅସାବଧାନତା କାରଣରୁ ଗଛ ଉପରୁ ତଳକୁ ଖସି ପଡ଼ିଥିଲେ।ପରିବାରଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବମୋକେଇ ଗ୍ରାମ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା।ଏନେଇ କେ.ନୂଆଗାଁ ଥାନା ରେ ଏତଲା ହେବାପରେ ଆଇଆଇସି ବିଶ୍ୱଜିତ ନାୟକ ଅପମୃତ୍ୟୁ ମାମଲା ନଂ.୨/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ସିଏଚ୍.ତାରକେଶ୍ୱର ରାଓ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ସେଠାରେ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

Leave a Reply

Your email address will not be published. Required fields are marked *

Apply Now



This will close in 0 seconds

error: Content is protected !!