ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଅନୁଗୁଳ :ତା ୧୭.୦୪.୨୬: ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କର ଅନୁଗୋଳ ଗସ୍ତ ଅବସରରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ସରଳତା ଏବଂ ନିଷ୍ଠାର ପ୍ରତୀକ ନବବାବୁଙ୍କ ଆଦର୍ଶ ଓଡ଼ିଶାବାସୀଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ। ଜଣେ ସଚ୍ଚୋଟ ଜନନାୟକ ଭାବେ ଲୋକଙ୍କ ସେବା ପାଇଁ ତାଙ୍କର ଯେଉଁ ସମର୍ପଣ ଭାବ ଥିଲା, ତାହା ଆମ ସମସ୍ତଙ୍କୁ ଏକ ବିକଶିତ ଓଡ଼ିଶା ଗଠନ ଦିଗରେ ମାର୍ଗଦର୍ଶନ କରାଉଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି |ମୁଖ୍ୟମନ୍ତ୍ରୀ ଙ୍କ ସହ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଅଶୋକ ମହାନ୍ତି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ଅର୍ଜୁନ ସାହୁ ଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Apply Now



This will close in 0 seconds

error: Content is protected !!