ଅନୁଗୋଳ ଜିଲ୍ଲା ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ

ଅନୁଗୁଳ :ତା ୧୭.୦୪.୨୬: ଓଡିଶା ର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଅନୁଗୁଳ ଜିଲ୍ଲା ଗସ୍ତ କରି ଜିଲ୍ଲା ମୋହତ୍ସବ ଓ ନାରୀ ଶକ୍ତି ବନ୍ଦନ ଅଧିନିୟମ କାର୍ଯ୍ୟକ୍ରମ ରେ ଯୋଗ ଦେଇଛନ୍ତି |ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଜିନ୍ଦଲ ଏଆର ଷ୍ଟ୍ରିପ ଠାରେ ପହଂଚିବା ପରେ ଜିଲ୍ଲା ବିଜେପି ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା |ଜିଲ୍ଲା ସଭାପତି ଯଯାତି ପଟ୍ଟନାୟକ, ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଅଶୋକ ମହାନ୍ତି, ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା, ପ୍ରାକ୍ତନ ମନ୍ତ୍ରୀ ସଂଜୀବ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିଲେଶ୍ୱର ପ୍ରଧାନ ଓ ପ୍ରତିମା ମିଶ୍ର, ଙ୍କ ସମେତ ସମସ୍ତ ଜିଲ୍ଲା ର ସମସ୍ତ ପଦାଧିକାରୀ ଙ୍କ ସମେତ ଶତାଧିକ କାର୍ଯ୍ୟକର୍ତା ମୁଖ୍ୟମନ୍ତ୍ରୀ ଙ୍କୁ ସ୍ୱାଗତ ଜଣାଇଥିଲେ |ବିଭିନ୍ନ ସ୍ଥାନରେ ବିଭିନ୍ନ ପାରମ୍ପରିକ ନାଚ ଗୀତ ବାଜା ବାଣ ଫୁଠାଇ ମୁଖ୍ୟମନ୍ତ୍ରୀ ଙ୍କ ର ଯିବା ରାସ୍ତାରେ ହଜାର ହଜାର ସଂଖ୍ୟାରେ କାର୍ଯ୍ୟକର୍ତା ଓ ଜନସାଧାରଣ ସ୍ୱାଗତ କରିଥିଲେ |

Leave a Reply

Your email address will not be published. Required fields are marked *

Apply Now



This will close in 0 seconds

error: Content is protected !!